ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ଛାଡିବାର କିଛି ଘଣ୍ଟା ପରେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏଥିଲାଗି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତରେ ରଘୁପତି ମହାନ୍ତିଙ୍କର କେତେକ ସମର୍ଥକ ବି ବିଜେପିରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ, ଆଜି ସକାଳେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ। ସେ ଦର୍ଶାଇଥିଲେ ଯେ ଲୋକଙ୍କ ହିତ ଦୃଷ୍ଟରୁ ଦଳ ଛାଡ଼ିଛନ୍ତି। ରଘୁପତି ମହାନ୍ତି ବିଜେପିରେ ଯୋଗ ଦେବେ ବୋଲି ସୂଚନା ମିଳିଥିଲା। ତାଙ୍କ ସହ ଅନେକ ସମର୍ଥକ ଓ ବଡ଼ମ୍ବା ପଞ୍ଚାୟତ ସମିତି ସଭ୍ୟ ବି ପଦ୍ମ ଧରିବେ ବୋଲି ଜଣାଯାଇଥିଲା।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..