ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି | ଆଜି ଏନେଇ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓଇସ୍ପାତ ମନ୍ତ୍ରୀ। ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଆହୁରି କହିଛନ୍ତି, ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି। ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
୧୬ରେ ରାଜ୍ୟସଭା ନିର୍ବାଚନ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..