Report Card Odisha

| Daily Odia News

ଆସୁଛି ବର୍ଷା!….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ। ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Breaking News