ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ପଞ୍ଚମ ଦିନ | ଆଜି ଅପରାହ୍ଣରେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି। ଶେଷ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ନୂତନ ରେଳ ଲାଇନ୍, ବାଦାମପାହାଡ- କେନ୍ଦୁଝରଗଡ଼ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ। ଏଥିସହ ଆଭାସି ଜରିଆରେ ରାଇରଙ୍ଗପୁର ସହରରେ ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଜନଜାତି ଅନୁସନ୍ଧାନ ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ନିର୍ମାଣ ପାଇଁ ଶିଳାନ୍ୟାସ କରିବେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……