Report Card Odisha

| Daily Odia News

RBIର ନୂଆ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା,ଆଜି ସରୁଛି ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆରବିଆଇ ଗଭର୍ଣ୍ଣର ଭାବେକାର୍ଯ୍ୟ କରୁଥିବା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ସେ ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ କରି ଆସୁଥିଲେ। ଏବେ ତାଙ୍କ ସ୍ଥାନରେ ଆସନ୍ତା ୩ ବର୍ଷ ପାଇଁ ସଞ୍ଜୟ ଆରବିଆଇ ଗଭର୍ଣ୍ଣର ଭାବେ କାମ କରିବେ। ସଞ୍ଜୟ ହେଉଛନ୍ତି ୧୯୯୦ ବ୍ୟାଚ୍‌ର ରାଜସ୍ଥାନ କ୍ୟାଡର ଆଇଏଏସ। ପ୍ରଶାସନିକ ସେବାରେ ତାଙ୍କରେ ଯଥେଷ୍ଟ ଅଭିଜ୍ଞତା ରହିଛି। ସେ ୩୩ ବର୍ଷ ଧରି ପ୍ରଶାସନିକ କାର୍ଯ୍ୟ କରି ଚାଲିଛନ୍ତି। ଆଇଆଇଟି କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ଗ୍ରାଜ୍ୟୁଏଟ ହୋଇଥିବା ଶ୍ରୀ ମାଲହୋତ୍ରା ଲୋକ ନୀତି ବିଷୟ ବସ୍ତୁରେ ମାଷ୍ଟର ଡିଗ୍ରୀ ଆମେରିକାର ପ୍ରିନ୍ସଟନ ବିଶ୍ୱ ବିଦ୍ୟାଳୟରୁ ହାସଲ କରିଛନ୍ତି।

Breaking News