ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ,ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ଏସ୍ ଏମ୍ କ୍ରିଷ୍ଣାଙ୍କର ପରଲୋକ ଘଟିଛି। ଗତକାଲି ମଧ୍ୟରାତ୍ରରେ ବରିଷ୍ଠ ରାଜନେତା ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଆଧୁନିକ ବେଙ୍ଗାଲୁରୁର ନିର୍ମାତା କୁହାଯାଉଥିବା ଏସ ଏମ କ୍ରିଷ୍ଣା କର୍ଣ୍ଣାଟକ ତଥା ଜାତୀୟ ରାଜନୀତିରେ ମଧ୍ୟ ବେଶ୍ ଚର୍ଚ୍ଚିତ ଚେହେରା ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ଏସ ଏମ କ୍ରିଷ୍ଣା। ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ରାଜ୍ୟପାଳ ମଧ୍ୟ ଥିଲେ। ୨୦୨୩ରେ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ଏସ୍ ଏମ୍ କ୍ରିଷ୍ଣା। ବର୍ତ୍ତମାନ ସେ ବିଜେପି ସହ ଜଡିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଜେପି ଓ କଂଗ୍ରେସର ଅନେକ ନେତା ଏସଏମ କୃଷ୍ଣଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି।






More Stories
ଖଡଗେ-ନଡ୍ଡା ମୁହାଁମୁହିଁ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..