ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିସେମ୍ବର ୩୧ରେ ଏସ୍ସି,ଏସ୍ଟି ଛାତ୍ରୀଛାତ୍ରଙ୍କୁ ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲ୍ଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ। ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।ବିିଶେଷ କରି ବିଚ୍ଛିନ୍ନାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଆର୍ଥିକ ସମସ୍ୟା ଭେଗୁଥିବାରୁ ସେମାନେ ଅର୍ଥାଭାବରୁ ଅଧାରୁ ପାଠ ପଢା ଛାଡିଦେଉଥିବା ଲକ୍ଷ୍ୟ କରାଯାଉଛି ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……