ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି କମିଶନରେଟ ପୋଲିସ ପକ୍ଷରୁ ଇଆରଏସଏସ ସେବା ଲୋକାର୍ପଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇଦେବା ଲାଗି ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ (ଇଆରଏସଏସ)ର ଲୋକାର୍ପଣ କରିଛନ୍ତି। ଆଜି ଏହି ସେବା ପ୍ରଦାନକାରୀ ୩୦ଟି ଗାଡ଼ି ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା କଟକ ଓ ଭୁବନେଶ୍ୱର କମିଶନରେଟ୍ ଅଞ୍ଚଳରେ ଉପଲବ୍ଧ ହେବ। ପୋଲିସର କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ଗୃହରକ୍ଷୀଙ୍କ ସଂଖ୍ୟା୨,୪୧୬ରୁ ୫ ହଜାରକୁ ବୃଦ୍ଧି କରାଯିବ। ବିଭାଗକୁ ପଦବୀ ବଢାଇ ନିଯୁକ୍ତି ପ୍ରକ୍ରିୟା ତ୍ଵରାନିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……