ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭା ଉପନିର୍ବାଚନରେ ସୁଜିତ୍ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ। ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ।






More Stories
ଆଜି ସାରା ଦେଶରେ ଔଷଧ ଦୋକାନ ବନ୍ଦ…..
ଦେଶ ଏକ ବଡ଼ ‘ଆର୍ଥିକ ଝଡ଼’ର ସମ୍ମୁଖୀନ ହେବାକୁ ଯାଉଛି…..
୨୦ରେ ମିଳିବନି ଔଷଧ…..