ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ନୈରାଶ୍ୟଭାବ ଦେଖାଦେଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କରାଯିବ। ସୂଚନାଯୋଗ୍ୟ, ଜାତୀୟ ଉଦ୍ୟାନରେ ପ୍ରବାହିତ ନାଳ ଏବଂ ନଦୀକୁ ସଂଯୋଗ କରୁଥିବା ସ୍ଥାନଗୁଡ଼ିକରେ ବଉଳା କୁମ୍ଭୀରଙ୍କ ଗଣନା କରାଯିବ।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..