Report Card Odisha

| Daily Odia News

ପ୍ରବଳ ବର୍ଷୀବ, ୟେଲୋ ୱାର୍ଣ୍ଣିଂ ଜାରି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଲାଗି ରହିଛି କୋହଲା ପାଗ ସହ ଲଘୁଚାପ ଜନିତ ବର୍ଷା । ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାସହ ଶୁକ୍ରବାର ସକାଳୁ ଟ୍ୱିନ ସିଟିରେ କୋହଲା ପାଗ ସହ ସକାଳୁ ବର୍ଷା ଲାଗି ରହିଛି। ପାଣିପାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଜି ଓ ଆସନ୍ତକାଲି ମେଘୁଆ ପାଗ ସହ ବର୍ଷାର ହେବ। ଥିସହ ରବିବାର ମଧ୍ୟ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଆଜି ସକାଳେ ମଧ୍ୟ ଟ୍ୱିନ୍‌ ସିଟିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

Breaking News