ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ। ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳେ ଟ୍ୱିନ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..