ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳରେ ଶନିବାର ସକାଳେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ୪ଟାରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରେକର୍ଡ କରାଯାଇଛି। ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ଜୁମ୍ଲା ଜିଲାରେ ଭୂମି ଠାରୁ ୧୦ କିଲୋମିଟର ଗଭୀର ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇନଥିବା ନେଇ ସୂଚନା ମିଳିଛି। ମାତ୍ର ବର୍ଷ ୨୦୨୩ରେ ନେପାଳରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୭୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଥିଲା।






More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ମୋଦୀ ଡାକିଲେ ଜରୁରୀ ବୈଠକ…..