ରିପୋର୍ଟ କାର୍ଡ / ପୁରୀ
ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଯଥାରିତିରେ ଚାଲିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..