ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆପ ଠାରୁ ଆରମ୍ଭ କରି ବିଜେପି ଓ କଂଗ୍ରେସ ଜୋରସୋରରେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। କଂଗ୍ରେସ ଦିଲ୍ଲୀର ଆଉ ୨୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଚୂଡ଼ାନ୍ତ କରିଛି। ଏହି ୨୭ ଜଣଙ୍କ ମଧ୍ୟରେ ଅଳକା ଲାମ୍ବାଙ୍କ ନାଁ ରହିଛି। ସେ ଆପ୍ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ପ୍ରାର୍ଥୀ ହୋଇଛନ୍ତି। କାଲକାଜୀ ଆସନରେ ଆତିଶୀ ଓ ଅଳକାଙ୍କ ଲଢ଼େଇ ହେବ। ସେହିପରି ଜଙ୍ଗପୁରାରେ କଂଗ୍ରେସ ଫରହାଦ ସୁରୀଙ୍କୁ ଟିକେଟ ଦେଇଥିବା ବେଳେ ସୀମାପୁରୀରୁ ରାଜେଶ ଲିଲୋଥିଆ ଓ ମାଟିଆ ମହଲରୁ ଅସିମ ଅହମଦ ପ୍ରାର୍ଥୀ ହୋଇଛନ୍ତି। ଏହାପୂର୍ବରୁ କଂଗ୍ରେସ ଦିଲ୍ଲୀର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲେ। ଏବେ ଆଉ ୨୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।






More Stories
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଶପଥ ନେଲେ ମୁଖ୍ୟମନ୍ତ୍ରୀ….
୨ ଆତଙ୍କୀ ନିହତ…..