ରିପୋର୍ଟ କାର୍ଡ / ଭୁବନେଶ୍ବର
କୃଷି ଓ କୃଷକଙ୍କ ବିକାଶ ପାଇଁ ସରକାର କାମ କରୁଛନ୍ତି। ଚାଷୀଙ୍କୁ ହଇରାଣ କଲେ କି ଟାଳଟୁଳ ନୀତି ଦେଖାଇଲେ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ପଛାଇବେ ନାହିଁ। ଫସଲବୀମା ନିୟମ କମ୍ପାନି ଲାଭ ପାଇଁ ନୁହେଁ। ଏସମୟରେ ବୀମା କମ୍ପାନିଗୁଡ଼ିକ ଚାଷୀଙ୍କ ପ୍ରତି ସମ୍ବେଦନଶିଳ ହେବା ଦରକାର ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି | ଗତ ୨୪ ତାରିଖ ଯାଏ ୨୦ ହଜାରରୁ ଅଧିକ ଚାଷୀ ବୀମା ପାଇଁ ଆବେଦନ କରି ସାରିଲେଣି। ସେମାନଂକୁ ବୀମା ପ୍ରଦାନ ନେଇ ବୀମା କମ୍ପାନିଗୁଡ଼ିକ ଆଇନ ଅନୁଯାଇ କାମ କରିବା ଦରକାର। ପୂର୍ବ ଭଳି ବେଲାଇନ ହେଲେ ସରକାରଙ୍କ ପାଖରେ ବହୁତ ଅସ୍ତ୍ର ଅଛି। ବୀମାକମ୍ପାନିଗୁଡ଼ିକୁ ଲାଇନକୁ ଆଣିବାକୁ ସରକାର କାର୍ଯ୍ୟାନୁଷ୍ଠାନ ନେଇପାରିବେ ବୋଲି ଶ୍ରୀ ମନ୍ତ୍ରୀ କହିଛନ୍ତି। ବୀମା କମ୍ପାନି ସହ କୃଷି ବିଭାଗ ୨ଟି ବୈଠକ କରିସାରିଛନ୍ତି। ରାଜସ୍ବ ମନ୍ତ୍ରୀ କହିଛନ୍ତି, ଅନେକ ସ୍ଥାନରେ ଫସଲ ନଷ୍ଟ ହୋଇଛି। ଫଳରେ ମଣ୍ଡି ଖୋଲିବା ତାରିଖ ମଧ୍ୟ ଘୁଞ୍ଚାଇବାକୁ ବାଧ୍ୟ ହେଉଛି। ପରିସ୍ଥିତିକୁ ନଜରରେ ରଖି ପୁଣି ଥରେ ମଣ୍ଡି ଖୋଲିବା ସୂଚୀ ପ୍ରକାଶ ହେବ। ଲଗାତାର ବର୍ଷା ଯୋଗୁଁ ଏଯାଏଁ କ୍ଷୟକ୍ଷତି ଆକଳନ ହୋଇପାରି ନାହିଁ। କୃଷି ବିଭାଗ ସହ ଆଲୋଚନା ହୋଇଛି। ସମବାୟ ବିଭାଗର ବି ଭୂମିକା ଅଛି। ୨୮ ତାରିଖରେ ରାଜସ୍ୱ କୃଷି ସମବାୟ ସହ ଅନ୍ୟ ବିଭାଗ ବୈଠକ ରହିଛି। କ୍ଷୟକ୍ଷତି ରିପୋର୍ଟ ଆସିବା ପରେ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ତାପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ନେଇ ଅବଗତ କରାଯିବ। ଯଦି କିଏ ସର୍ଭେରୁ ବାଦ ପଡ଼ିଥିବେ ତାହେଲେ ରାଜସ୍ବ ବିଭାଗ ନିକଟରେ ଅଭିଯୋଗ ବି କରିପାରିବେ। ସରକାର ଅତିସମ୍ବେଦନଶୀଳତା ସହ ସ୍ଥିତି ଉପରେ ନଜର ରଖିଛନ୍ତି। ମନ୍ତ୍ରୀ ଓ ବିଧାୟକମାନେ ଗ୍ରାଉଣ୍ଡ ଜିରୋରେ ଅଛନ୍ତି। ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ମୋହନ ସରକାର ଅତି ସମ୍ବେଦନ ଶୀଳ ଅଛନ୍ତି ବୋଲି ଶ୍ରୀ ପୂଜାରୀ କହିଛନ୍ତି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..