Report Card Odisha

| Daily Odia News

୩୦ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ:ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଫସଲ କ୍ଷତି ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି | ବୈଠକରେ କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।

Breaking News