ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦକ୍ଷିଣ କୋରିଆରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣା ହୋଇଛି। ବିମାନରେ ୬୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୁଆନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ବେଳେ ରନଓ୍ୱେରୁ ଖସି ଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ରଏଟର୍ସ ମୁତାବକ, ଏହି ବିମାନରେ ୧୭୫ ଜଣ ଯାତ୍ରୀ ଓ ୬ ଜଣ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ ୧୮୧ ଜଣ ଥିଲେ। ବିମାନଟି ବ୍ୟାଙ୍କକରୁ ଫେରୁଥିଲା। ତେବେ ମୁଆନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଲ୍ୟାଣ୍ଡିଂ ବେଳେ ରନଓ୍ୱେରୁ ଏହାର ଖସି ଯାଇ ବିମାନ ବନ୍ଦରର କାନ୍ଥ ସହ ଧକ୍କା ହୋଇଥିଲା। ଏହାପରେ ଏଥିରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ଘଟଣାସ୍ଥଳରେ ହିଁ ୬୨ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ସେହିପରି ୨୩ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବା ନେଇ ଆଶଙ୍କା ରହିଛି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଲ୍ୟାଣ୍ଡିଂ ଗିଅରରେ ତ୍ରୁଟି ଥିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଜାତୀୟ ଅଗ୍ନିଶମ ଏଜେନ୍ସି କହିଛି ଯେ ଦୁର୍ଘଟଣା ପରେ ଲାଗିଥିବା ନିଆଁକୁ ପ୍ରାୟ ଆୟତ୍ତ କରାଯାଇଛି। କିନ୍ତୁ ଉଦ୍ଧାର କାର୍ଯ୍ୟ ଏପର୍ଯ୍ୟନ୍ତ ଜାରି ରହିଛି। ଯାତ୍ରୀମାନଙ୍କୁ ବିମାନର ଭଗ୍ନାବଶେଷରୁ ବାହାରକୁ ଅଣାଯାଉଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ସମୟରେ ଦୁଇ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ଏଥିରେ ଜଣେ ଯାତ୍ରୀ ଏବଂ ଜଣେ ଡ୍ରାଇଭର ଅଛନ୍ତି। ୟୋନହାପ ନ୍ୟୁଜ୍ ଏଜେନ୍ସି ମୁତାବକ, ସ୍ଥାନୀୟ ସମୟ ୯ଟା ୭ରେ ଦକ୍ଷିଣ-ପଶ୍ଚିମ ତଟବର୍ତ୍ତୀ ବିମାନରେ ଏହି ଦୁର୍ଘଟଣା ଘଟିଛି। ସାଉଥ କୋରିଆର କାର୍ଯ୍ୟକାରୀ ରାଷ୍ଟ୍ରପତି ଚୋଇ ସୁଙ୍ଗ-ମୋକ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
କୋର୍ଟକୁ ବୋମା ଧମକ…..
ରେପୋ ରେଟରେ ଅପରିବର୍ତ୍ତିତ…..
ଭଡ଼ାଘର ଦେବେ ସରକାର…..