Report Card Odisha

| Daily Odia News

ଆଜି ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ, ୩୦ରେ ଯିବେ ନବୀନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିରୋଧୀ ଦଳ ନେତା। ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୩ଜଣ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ଯିବେ । ସେହିପରି ବିରୋଧୀ ଦଳ ନେତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ପରଦିନ ଅର୍ଥାତ୍ ୩୦ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଚାଷୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସ୍ଥିତିର ସମୀକ୍ଷା କରିବା ପରେ ଆସନ୍ତାକାଲି ଜିଲ୍ଲା ଗସ୍ତରେ ଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିରୋଧୀ ଦଳ ନେତା। ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ମନୋବଳ ବୃଦ୍ଧି ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ୩ଜଣ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ଯିବେ । ସେହିପରି ବିରୋଧୀ ଦଳ ନେତା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ପରଦିନ ଅର୍ଥାତ୍ ୩୦ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଚାଷୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସ୍ଥିତିର ସମୀକ୍ଷା କରିବା ପରେ ଜିଲ୍ଲା ଗସ୍ତରେ ଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।

Breaking News