ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଆକାଶରେ ଦିଶିବ କଳା ଜହ୍ନ। ଏସିଆ, ଆଫ୍ରିକା ଏବଂ ୟୁରୋପ ମହାଦେଶରେ ଏହା ଆଜି ଦୃଶ୍ୟମାନ ହେବ। ଭାରତ ଆକାଶରେ ଆସନ୍ତାକାଲି ଭୋର୍ ଅର୍ଥାତ ସକାଳ ୪ଟା ବେଳେ ଏହା ଦେଖିବାକୁ ମିଳିବ। କଳାଜହ୍ନ କଥା କହିଲେ ମନରେ ଅନେକ କୌତୁହଳ, ରୋମାଞ୍ଚ ଏବଂ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥାଏ। ସାଧାରଣତଃ ଗୋଟିଏ ମାସରେ ଦୁଇ ଥର ଅମାବାସ୍ୟା ପଡ଼ିଲେ ଏହା ଦୃଶ୍ୟମାନ ହୋଇଥାଏ। ଦ୍ୱିତୀୟ ଅମାବାସ୍ୟା ରାତିକୁ କଳା ଜହ୍ନ ବୋଲି କୁହାଯାଇଥାଏ। ସେହିପରି ୩ ମାସରେ ୪ ଥର ଅମାବାସ୍ୟା ଆସିଥିଲେ ବି ତାହାକୁ କଳା ଜହ୍ନ ବୋଲି କୁହାଯାଏ। ଅନ୍ୟ ଅମାବାସ୍ୟା ଭଳି ଚନ୍ଦ୍ର ପୃଥିବୀ ଓ ସୂର୍ଯ୍ୟ ମଧ୍ୟରେ ରୁହେ, ଫଳରେ ଏହା ଦେଖାଯାଏ ନାହିଁ। ଚନ୍ଦ୍ରଗ୍ରହଣ ଭଳି ଏହା କୌଣସି ପ୍ରଭାବ ପକାଏନି। କିନ୍ତୁ ଗୋଟିଏ ମାସରେ ଦୁଇଟି ଅମାବାସ୍ୟା ଆସୁଥିବାରୁ ଏହାର ଗୁରୁତ୍ୱ କିଛିଟା ବଢ଼ି ଯାଏ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……