ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆସନ୍ତା ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ସିଧାସଳଖ ବିମାନ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଜାନୁଆରୀ ୧ ତାରିଖରୁ ଝାରସୁଗୁଡା ବିମାନବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇ ସହରକୁ ସିଧାସଳଖ ବିମାନ ଚଳାଚଳ କରିବ। ସେହିପରି ଭୁବନେଶ୍ୱର ବିମାନବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର ଏବଂ ଲକ୍ଷ୍ନୌକୁ ସିଧାସଳଖ ବିମାନ ଚଳାଚଳ କରିବ। ଏହା ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ିବା ସହ ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ସୂଚନା ଦିଆଯାଇଛି।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..
ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ….