ରିପୋର୍ଟ କାର୍ଡ / ପୁରୀ
ମହାପ୍ରଭୁଙ୍କ ଦର୍ଶନରୁ ନୂତନ ବର୍ଷ ଆରମ୍ଭ ଲକ୍ଷ୍ୟ ନେଇ ପୁରୀ ସହରର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ। ଲମ୍ବା ଧାଡିରେ ଯାଇ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ସିଂହଦ୍ଵାର ଦେଇ ପ୍ରବେଶ ବ୍ୟବସ୍ଥା ହୋଇଥିବାବେଳେ ଅନ୍ୟ ୩ ଦ୍ଵାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରୁଛନ୍ତି। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଗତକାଲି ରାତି ପ୍ରାୟ ୧୨ଟା ୩୦ରେ ଶ୍ରୀମନ୍ଦିରରେ ଦ୍ଵାରଫିଟା ନୀତି ସମ୍ପନ୍ନ ହୋଇ ଦର୍ଶନ ଚାଲିଛି। ସେପଟେ ଭିଡକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶ୍ରଦ୍ଧାଳୁମାନେ ମାର୍କେଟ୍ ଛକଠାରୁ ଧାଡିରେ ଦର୍ଶନ ପାଇଁ ଆସୁଛନ୍ତି । ଟ୍ରାଫିକ୍ ନିୟନ୍ତ୍ରଣ ଓ ପାର୍କିଂ ପାଇଁ ପୁରୀରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……