ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ରହିବେ। ଏହି ଅବସରରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀ ମାଟିରେ ରାଜ୍ୟପାଳ ଡକ୍ଟର କେ.ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ରେଳ ମଣ୍ଡଳ ପ୍ରତିଷ୍ଠା ଦ୍ୱାରା ଏହି ଅଞ୍ଚଳରେ ରେଳ ପରିଚାଳନା କାର୍ଯ୍ୟର ଦକ୍ଷତା ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି। ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ଏଭଳି ଏକ ପଦକ୍ଷେପ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। ଏକ ଡିଭିଜିନାଲ୍ କଣ୍ଟ୍ରୋଲ୍ ଅଫିସ, ପରିବେଶ ଉପଯୋଗୀ କର୍ମଚାରୀ ଆବାସ ଓ ଆଧୁନିକ ସୁବିଧା ଦ୍ୱାରା କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡିରେ ରେଳ ପରିଚାଳନାରେ ଉନ୍ନତି ଆସିବ। ରାୟଗଡ଼ା ମଣ୍ଡଳ ରାଜ୍ୟରେ ରେଳ ପରିଚାଳନାକୁ ସୁଗମ କରିବା ସହ ଦକ୍ଷତା ବୃଦ୍ଧି କରିବ। ବିକଶିତ ଭାରତ ପାଇଁ ଦକ୍ଷିଣ ଓଡ଼ିଶାରେ ଯୋଗାଯୋଗ କ୍ଷେତ୍ରରେ ଉନ୍ନତି ସହ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..