ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ୍ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରାଯାଇଛି। ଏହା ମଧ୍ୟରେ ୧୫୪୨ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି। ନବଗଠିତ ସଂସ୍ଥାଗୁଡ଼ିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା ସିଡ୍ ମନି ଦିଆଯିବ। ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ଼ ହେବା ସହିତ ଚାଷୀମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……