ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜିଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ। ମିଳିତ ଅଧିବେଶନକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମେ ସମ୍ବିଧାନ ନିର୍ମାତାଙ୍କୁ ପ୍ରଣାମ ଜଣାଇଛନ୍ତି । ଏବଂ ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି । ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି। ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ଵାମୀତ୍ଵ କାର୍ଡରେ ସାମିଲ କରାଯାଇଛି। ଆୟୁଷ୍ମାନ୍ ଯୋଜନାରେ ଉତ୍ତମ ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି। କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି। ସମସ୍ତଙ୍କୁ ଆବାସ ଯୋଗାଇ ଦେବାକୁ ପଦକ୍ଷେପ ନିଆଯାଇଛି। ୧୦ ବର୍ଷ କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତି ଦେଇଛି। ଗରିବ ଲୋକଙ୍କ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। କହିଛନ୍ତି ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ଵ ଦିଆଯାଉଛି। ବନ୍ଦେ ଭାରତ ଓ ନମୋ ଭାରତ ଟ୍ରେନ୍ ଦୌଡୁଛି। ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି। ଭାରତ ବିଶ୍ଵର ତୃତୀୟ ବଡ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି। ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ ହୋଇଛି। ମଧ୍ୟବିତ୍ତ ଦେତେ ବଡ ସ୍ଵପ୍ନ ଦେଖିବ , ଦେଶ ସେତେ ଆଗେଇବ। ଆୟକର ଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି। ଏକ ଦେଶ, ଏକ ନିର୍ବାଚନ ଉପରେ କାମ ଚାଲିଛି। ଆହୁରି ମଧ୍ୟ କହିଛନ୍ତି ମହିଳା ମାନଙ୍କୁ ସଶକ୍ତ କରିବା ଆମ ସରକାରର ଲକ୍ଷ୍ୟ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ଆମ ସରକାରର ଲକ୍ଷ୍ୟ। ଡ୍ରୋନ୍ ଦିଦି ଜରିଆରେ ମହିଳାଙ୍କୁ ସଶକ୍ତ କରାଯାଉଛି। ଅଲିମ୍ପିକ୍ସରେ ଦେଶର ଝିଅମାନେ ପଦକ ଜିତୁଛନ୍ତି। ଆଜିର ମହିଳା ଲଢୁଆ ବିମାନ ମଧ୍ୟ ଉଡାଉଛନ୍ତି।






More Stories
ମମତା ବାନାର୍ଜୀଙ୍କ ବିରୋଧରେ ମାମଲା ରୁଜୁ…..
ନେପାଳ ବନ୍ୟା;ହେବ ଡିଏନଏ ପରୀକ୍ଷା…..
ରନୱେରେ ଫାଟିଲା ବିମାନର ଟାୟାର…..