ରିପୋର୍ଟ କାର୍ଡ / ପୁରୀ
ମାଘ ମାସ ଶୁଳ୍କ ଅଷ୍ଟମୀ ତିଥିରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..