ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି। ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ ସେ ଅଭିମାନ ଫିଲ୍ମ ଜରିଆରେ ଓଲିଉଡ୍ରେ ଡେବ୍ୟୁ କରିଥିଲେ। ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ଉଭୟଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..