ରିପୋର୍ଟ କାର୍ଡ / କେନ୍ଦୁଝର
କେନ୍ଦୁଝର ଜିଲ୍ଲା ଯୋଡ଼ାସ୍ଥିତ ବାଂଶପାଣି ନିକଟ ଟୋଲ ଗେଟ୍ ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହରୁ ପୁଅର କାଠଫାଳିଆ ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଅଜୟ ସେଠୀ (୫୦)। ଖବର ପାଇ ଯୋଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପୁଅ ବିକାଶ ସେଠୀଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ବିକାଶ ଜଣେ ଝିଅକୁ ଭଲ ପାଉଥିଲେ। ତାଙ୍କୁ ବିବାହ କରିବାକୁ ଘରେ ଜିଦ୍ କରୁଥିଲେ। ମାତ୍ର ଘରେ ବିକାଶଙ୍କ ଜଣେ ଭଉଣୀ ଓ ଭାଇ ରହିଥିବାରୁ ଘରଲୋକ ତାଙ୍କୁ କାମଧନ୍ଦା କରି ନିଜ ଗୋଡ଼ରେ ଛିଡ଼ା ହେବାକୁ କହୁଥିଲେ। ଏହି ଘଟଣାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ସବୁବେଳେ ଝଗଡ଼ା ହେଉଥିଲା। ରବିବାର ଅନୁରୂପ ବିକାଶ ବିବାହ କରିବାକୁ ଜିଦ୍ କରିଥିଲେ। ଫଳରେ ଏହାକୁ ନେଇ ବାପପୁଅଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ବିକାଶ ଉତ୍ତ୍ୟକ୍ତ ହୋଇବାପାଙ୍କ ମୁଣ୍ଡକୁ ଏକ କାଠଫାଳିଆରେ ପିଟି ଦେଇଥିଲେ। ଫଳରେ ଅଜୟ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକେ ଚିକିତ୍ସା ପାଇଁ ଟାଟା ଷ୍ଟିଲ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଅଜୟଙ୍କ ସ୍ତ୍ରୀ ଗୁରୁବାରି ସେଠୀ ଯୋଡ଼ା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା(ନଂ.୨୫/୨୫)ରୁଜୁ କରି ଅଭିଯୁକ୍ତ ପୁଅ ବିକାଶଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……