ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ପ୍ରଥମ ଅଧିବେଶନ ଆଜିଠୁ ଫେବୃଆରୀ ୨୧ ଓ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ରାଜ୍ୟପାଳ ଗୃହରେ ଉଦଘାଟନୀ ଅଭିଭାଷଣ ରଖିବେ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୧୭ତାରିଖରେ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବଜେଟ ଉପରେ ସାଧାରଣ ଆଲୋଚନା ଶେଷ ହେବା ପରେ ଫେବୃଆରୀ ୨୨ରୁ ଅଧିବେଶନ ସ୍ଥଗିତ ରହିବ। ମାର୍ଚ୍ଚ ୭ରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ବଜେଟ୍ ଅଧିବେଶନ ପୂର୍ବରୁ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଗୃହରେ ଶାସକ ବିଜେପିକୁ ଘେରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତି କରିଛନ୍ତି। ଏହାର ସଠିକ୍ ମୁକାବିଲା କରିବା ସହ ବିରୋଧୀଙ୍କୁ ଜବାବ ରଖିବା ଲାଗି ଶାସକ ଦଳ ପ୍ରସ୍ତୁତ ଥିବା ବିଜେପି ପକ୍ଷରୁ କୁହାଯାଇଛି।






More Stories
ରାଜ୍ୟରେ ସକାଳୁଆ ସ୍କୁଲ…..
କନିଷ୍ଠ ଶିକ୍ଷକ ହେଲେ ନିୟମିତ…..
ସରିଲା ମାଟ୍ରିକ ଖାତାଦେଖା…..