ରିପୋର୍ଟ କାର୍ଡ / କଟକ
ସ୍କୁଲ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। କଟକର ପ୍ରତିଷ୍ଠିତ ସରକାରୀ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଦଶମ ଶ୍ରେଣୀ ପଢୁଥିବାବେଳେ ତାଙ୍କ ଘର ଢେଙ୍କାନାଳ ବୋଲି ଜଣାପଡ଼ିଛି। ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବାରୁ ଝିଅକୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ କଟକ ଲାଲବାଗ ଥାନାରେ ପରିବାର ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……