ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶାରୀରିକ ପରୀକ୍ଷା ଦେବା ସମୟରେ ଟଳିପଡିଲେ ଛାତ୍ର । ସୁନ୍ଦରଗଡ ଓ କେନ୍ଦୁଝରରୁ ଏଭଳି ଅଘଟଣ ଘଟିଥିବା ସାମ୍ନାକୁ ଆସିଥିବା ବେଳେ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।






More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..