Report Card Odisha

| Daily Odia News

ପରୀକ୍ଷାରେ ଦୁଇ ଯୁବକଙ୍କ ମୃତ୍ୟୁ; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶାରୀରିକ ପରୀକ୍ଷା ଦେବା ସମୟରେ ଟଳିପଡିଲେ ଛାତ୍ର । ସୁନ୍ଦରଗଡ ଓ କେନ୍ଦୁଝରରୁ ଏଭଳି ଅଘଟଣ ଘଟିଥିବା ସାମ୍ନାକୁ ଆସିଥିବା ବେଳେ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍‌ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।

Breaking News