ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟର ବିଜେପି ସରକାର ଗତକାଲି ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନକୁ ପରିବର୍ତ୍ତନ କରି ଏପ୍ରିଲ ୨୪ ତାରିଖ କରିବା ପରେ ଆଜି ମାର୍ଚ୍ଚ ୫ରେ ହେଉଥିବା ସରକାରୀ ଛୁଟିକୁ ବାତିଲ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି। ଗତକାଲି ଯଦିଓ ରାଜ୍ୟ ସରକାର ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ସମ୍ପର୍କିତ ୨୦୨୦ ମସିହାର ବିଜ୍ଞପ୍ତିକୁ ଫେରାଇ ନେଇଥିଲେ କିନ୍ତୁ ସେହିଦିନ ଛୁଟି ହେବ କି ନାହିଁ ସେ ନେଇ ସଂଶୟ ଲାଗି ରହିଥିଲା। ତେବେ ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୫ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର କହିଛନ୍ତି, ପୂର୍ବରୁ ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ଯୋଗୁ ଛୁଟି ହେଉଥିଲା କିନ୍ତୁ ତାହା ଏପ୍ରିଲ ୨୪କୁ ପାଳନ ହେବାକୁ ଥିବାରୁ ଆସନ୍ତାକାଲି ଛୁଟି ହେବାର କୌଣସି ଯଥାର୍ଥତା ନାହିଁ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……