ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥି | ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅନ୍ୟପକ୍ଷରେ ଶ୍ରୀଜୀଉଙ୍କ ବନକଲାଗି ନୀତି ହେତୁ ଆସନ୍ତାକାଲି ମାର୍ଚ୍ଚ ୫ ଓ ତା ପର ଦିନ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।






More Stories
ଆଜିଠୁ ପ୍ରବଳ ବର୍ଷୀବ….
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..