ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩ ଦିନ ତାତିରୁ ତ୍ରାହି ମିଳିବ ନାହିଁ ନିସ୍ତାର। ଆସନ୍ତା ୩ ଦିନ ପାଇଁ ରାଜ୍ୟରେ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରବିବାରଠାରୁ ୩ ଜିଲ୍ଲା ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁରକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ଜିଲାକୁ ଅରେଞ୍ଜ ଏବଂ ୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩ ଦିନ ପର୍ଯ୍ୟନ୍ତ ତାତିରୁ ତ୍ରାହି ମିଳିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସୂଚନା ଯୋଗ୍ୟ, ଗତ ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର ମଧ୍ୟ ପାରଦ ଉପର ମୁହାଁ ରହିଥିଲା। ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶରେ ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ସେହିପରି ସମ୍ବଲପୁର ୪୨.୨, ଝାରସୁଗୁଡ଼ା ୪୧.୮ ଡିଗ୍ରୀ ରହିଥିଲା।






More Stories
୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ…..
ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…..
ଆଇନଜୀବୀଙ୍କ ପାଇଁ ୪୦ ପ୍ରତିଶତ ସହାୟତା ରାଶି ବୃଦ୍ଧି…..