ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ରହିଛି ଭରପୁର ସୁନା ଖଣି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ତେବେ ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି। ବିଧାୟକ ଚକ୍ରମଣି କହଁର ରାଜ୍ୟର କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର ସନ୍ଧାନ ମିଳିଛି ଓ ଆଉ କେଉଁ କେଉଁ ନୂଆ ଖଣି କେଉଁ କେଉଁ ସ୍ଥାନରେ ଅଛି ସେନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଏଭଳି ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି। ଖଣି ମନ୍ତ୍ରୀଙ୍କ ସୂଚନା ମୁତାବକ, ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି।
More Stories
ମିଆଁମାରରେ ଶକ୍ତିଶାଳୀ ଭୂକମ୍ପ,ଭୁଶୁଡ଼ିଲା ଅଟ୍ଟାଳିକା……
୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ……
ଦାରିଦ୍ର୍ୟ ହାର:ମାଲକାନଗିରି ସର୍ବାଧିକ,ପୁରୀ ସର୍ବନିମ୍ନ……