ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆବେଦନକାରୀମାନେ ଆସନ୍ତା ମାର୍ଚ୍ଚ ୨୪ ତାରିଖ ଠାରୁ ଆବେଦନ କରିପାରିବେ। ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……