Report Card Odisha

| Daily Odia News

OAS ସ୍ତରରେ ଅଦଳବଦଳ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି କରାଯାଇଛି। ସେହିପରି ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କରଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ସିଇଓ କାର୍ଯ୍ୟାଳୟର ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କୁ ଇଡ୍‌କୋ ଭୂ-ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।

Breaking News