ରିପୋର୍ଟ କାର୍ଡ / ବଲାଙ୍ଗୀର
ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅତଲା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରି ସ୍ଵାମୀ ସ୍ତ୍ରୀକୁ ଖାଇବାକୁ ମାଗିଥିଲା। ମାତ୍ର ସ୍ତ୍ରୀ ଖାଇବାକୁ ନ ଦେବାରୁ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀକୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଛି। ପରେ ଖବର ପାଇ ଦେଓଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି। ଏବଂ ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିଥିବା ସୂଚନା ମିଳିଛି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..