Report Card Odisha

| Daily Odia News

ଲଘୁଚାପ ଘନୀଭୂ:୧୯ ଜିଲ୍ଲାରେ ବର୍ଷୀବ……

ରିପୋର୍ଟ କାର୍ଡ / ଭୁବନେଶ୍ଵର

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ୧୨ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ରାୟଗଡ଼ା, ସୁନ୍ଦରଗଡ଼, କୋରାପୁଟ, ଅନୁଗୋଳ, ଢେଙ୍କାନାଳ ଆଦି ୧୯ଟି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଘଡ଼ଘଡ଼ି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Breaking News