ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆଜି ପୁଣି ୫୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୩୨ ଜଣ କ୍ଵାରେଣ୍ଟିଂ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଲୋକାଲ କଣ୍ଟାକଟକେଶ ରହିଥିବା ନେଇ ସୂଚନା ମିଳିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୯୦୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୦୨ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ବର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, କଟକରୁ ୩ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଯାଜପୁରରୁ ୫ ଜଣ ଝାରସୁଗୁଡ଼ାରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
More Stories
କ୍ଷମା ମାଗ,ନଚେତ୍ ନବୀନ ନିବାସ ଘେରିବୁ…..
ଓଡ଼ିଆ ନବବର୍ଷରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ…..
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି…..