ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିୟନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିୟନ ପାଇଁ ସମୁଦାୟ ୧୦୪୦ଟି ପଦ ସୃଷ୍ଟି କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ଓଆଇଏସ୍ଏଫ୍ରେ ଗୋଟିଏ ବାଟାଲିୟନ ଅଛି। ଏହାର ପଦ ସଂଖ୍ୟା ୧୮୦୭। ନୂଆ ବାଟାଲିୟନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିୟନ କାର୍ଯ୍ୟ କରିବ। ୨ଟି ବାଟାଲିୟନର ପଦ ସଂଖ୍ୟା ୨୮୪୭ ହେବ। ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ସରକାର ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜ୍ୟିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆ ବାଟାଲିୟନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।






More Stories
୨୮ ରେ ମିଳିବ ସୁଭଦ୍ରା ଟଙ୍କା…..
ଗାଡ଼ିକୁ ପରିମିଟ୍ ଫି’ ଛାଡ଼…..
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ…..