ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସପରିବାର ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଭାନ୍ସଙ୍କ ସହିତ ତାଙ୍କ ପତ୍ନୀ ଉଷା ଭାନ୍ସ, ୩ ସନ୍ତାନ ଏଭଳନ, ବିବେକ ଏବଂ ମିରାବେଲ ମଧ୍ୟ ଆସିଛନ୍ତି। ସେମାନେ ୪ ଦିନ ଅର୍ଥା ୨୪ ତାରିଖ ପର୍ଯ୍ୟନ୍ତ ଭାରତରେ ରହି ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ। ତା’ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଭାନ୍ସ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ତାଙ୍କୁ ସ୍ଵାଗତ କରିଥିଲେ। ଭାନ୍ସଙ୍କ ଏହି ଗସ୍ତ ଅତି ଗୁରୁତ୍ଵପୂର୍ଣ୍ଣ ବୋଲି କୁହାଯାଉଛି। ବର୍ତ୍ତମାନ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ମାତ୍ରାଧିକ ଶୁଳ୍କ ଲାଗୁ କରିବା ଯୋଗୁ ଚୀନ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଜାରି ରହିଛି। ଏହା ଭାରତ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ତେଣୁ ଭାନ୍ସଙ୍କ ଗସ୍ତ ସମୟରେ ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଚୁକ୍ତି ନେଇ କିଛି ଆଲୋଚନା ହୋଇପାରେ ବୋଲି କୁହାଯାଉଛି। ଭାନ୍ସଙ୍କ ଗସ୍ତକୁ ଦୃଷ୍ଟିରେ ଦେଖି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..