ରିପୋର୍ଟ କାର୍ଡ / ଭୁବନେଶ୍ୱର
ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀଷ୍ମ ପ୍ରବାହକୁ ନେଇ ପଦକ୍ଷେପ ନିଆଯାଇଛି, ସ୍ଥିତି ନିୟନ୍ତ୍ରଣରେ ରହିଥିବା ମନ୍ତ୍ରୀ କହିଛନ୍ତି। ଏଥିସହିତ ସତର୍କ କରାଇ ମନ୍ତ୍ରୀ କହିଛନ୍ତି, ଅତି ଆବଶ୍ୟକ ନଥିଲେ ଘରୁ ବାହାରନ୍ତୁ ନାହିଁ। ଅଂଶୁଘାତ ଓ୍ବାର୍ଡ ପ୍ରସ୍ତୁତ ରଖିବାକୁ ସିଏଚ୍ସି ଏବଂ ପିଏଚ୍ସିକୁ ମଧ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୨୩ ତାରିଖଠାରୁ ଅଙ୍ଗନବାଡି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି।। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିଛି।। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..