Report Card Odisha

| Daily Odia News

କଶ୍ମୀରରେ ରାହୁଲ ଗାନ୍ଧୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟିବା ପାଇଁ ୯୨ ବେସ ଆର୍ମି ହସ୍ପିଟାଲ ଗସ୍ତ କରିଛନ୍ତି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ପହଲଗାମର ବୈସରଣ ଉପତ୍ୟକାରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣକୁ ସମଗ୍ର ଦେଶ ନିନ୍ଦା କରିଛି। ରାହୁଲ ଗାନ୍ଧୀ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରମାନଙ୍କ ସହ ଆଲୋଚନା କରିଛନ୍ତି ଏବଂ ପୀଡ଼ିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। କଶ୍ମୀର ଗସ୍ତ କରି ରାହୁଲ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଭେଟିଛନ୍ତି। ଆତଙ୍କୀ ହମଲା ନେଇ ରାହୁଲ-ଓମାରଙ୍କ ମଧ୍ୟରେ ଆଲୋଚନା ହୋଇଛି। ଆଲୋଚନା ପରେ ରାହୁଲ କହିଛନ୍ତି, ସରକାରଙ୍କ ନିଷ୍ପତ୍ତିକୁ ପୂର୍ଣ୍ଣ ସମର୍ଥନ ମିଳିବ। ସମସ୍ତ ଦଳ ଏକ ହୋଇ ଛିଡ଼ା ହୋଇଛନ୍ତି।ଏହି ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏହି ଆକ୍ରମଣକୁ “ଜଘନ୍ୟ” ବୋଲି ଅଭିହିତ କରି ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ପାକିସ୍ତାନୀ ନାଗରିକମାନଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣା ପରେ ଜମ୍ମୁ ଓ କଶ୍ମୀରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କରାଯାଇଛି |

Breaking News