ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହେଉଥିଲା । ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ୯୦ ପ୍ରତିଶତ ଖାତା ଦେଖା ସରିଛି । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ମାଲକାନଗିରି ଓ ବରଗଡରେ କିଛି ସମସ୍ୟା ଦେଖାଯାଇଥିଲା । ଏହାସହ ଅନଲାଇନ ଅପଡେସନ ପାଇଁ ଦୁଇ ଦିନ ସମୟ ଲାଗିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..