ରିପୋର୍ଟକାର୍ଡ / ଭୁବନେଶ୍ବର
ଆସନ୍ତାକାଲି ହେଉଛି ଅକ୍ଷୟ ତୃତୀୟା। ଏହି ଅବସରରେ ୫୦ ଲକ୍ଷ ଚାଷୀଙ୍କୁ ମିଳିବ ସିଏମ କିଷାନ ଟଙ୍କା। ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ସିଏମ କିଷାନ ଟଙ୍କା ମିଳିବ। ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ। ସୂଚନାଯୋଗ୍ୟ, ଗତ ବର୍ଷ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଙ୍ଗାଧର ମେହେର କଲେଜର ଅଡିଟୋରିଅମରେ ରାଜ୍ୟରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ସେଠାରେ ଉପସ୍ଥିତ ଥିଲେ। ସିଏମ କିଷାନ୍ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର ଟଙ୍କା। ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଦେବେ ମୋହନ ସରକାର । ସେହିପରି ପିଏମ କିଷାନ ଯୋଜନାରେ ବର୍ଷକୁ ୩ଟି କିସ୍ତିରେ ମିଳୁଛି ୬ ହଜାର ଟଙ୍କା। ସିଏମ କିଷାନ୍ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ମିଳୁଛି ୪ ହଜାର ଟଙ୍କା।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..