ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ପହେଲଗାମ୍ ଆତଙ୍କୀ ହମଲାର ବଦଲା ପାଇଁ ବଡ ଯୋଜନା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବା ସିସିଏସ୍ ବୈଠକ ଦିନ ୧୧ଟାରେ ବସିବ। ଏହି ବୈଠକରେ ସୁରକ୍ଷା ପ୍ରସ୍ତୁତି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପହେଲଗାମ୍ ଆତଙ୍କୀ ଆକ୍ରମଣ ପରେ ଏହା ଦ୍ଵିତୀୟ ସିସିଏସ୍ ବୈଠକ । ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ୍ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ , ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ। ଏହି ବୈଠକରେ ପାକିସ୍ତାନ ବିପକ୍ଷରେ କୌଣସି ବଡ ପଦକ୍ଷେପ ଘୋଷଣା ସମ୍ଭାବନା ରହିଛି। ପହେଲାଗାମ୍ ହମଲା ପରେ ପ୍ରଥମ ସିସିଏସ୍ ବୈଠକରେ ୫ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ସୂଚନା ଅନୁସାରେ- ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଉତ୍ତେଜନା ଏକ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚିଛି। ଯେକୌଣସି ମୁହୂର୍ତ୍ତରେ ପାକିସ୍ତାନ ଉପରେ ଭାରତ ଆକ୍ରମଣ କରିବ। ଏନେଇ ମଙ୍ଗଳବାରପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି। ଏଥିପାଇଁ ସେନାକୁ ପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ପାକିସ୍ତାନ ଉପରେ କେତେବେଳେ, କେଉଁଠି ଓ କିପରି ଆକ୍ରମଣ ହେବ ତା’ର ନିଷ୍ପତ୍ତି ସେନା ହିଁ ସ୍ଥିର କରିବ। ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ରାଷ୍ଟ୍ରୀୟ ସଂକଳ୍ପ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..