ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଭାରତର ବଡ଼ ଯୋଜନା ପରେ ପାକିସ୍ତାନର ନିଦ ହଜିଯାଇଛି । ବିଳମ୍ବିତ ରାତିରେ ପାକିସ୍ତାନ ସୂଚନା ମନ୍ତ୍ରୀ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସୂଚନା ମନ୍ତ୍ରୀ ଅତାଉଲ୍ଲାହ ତରାର ରାତି ପାଖାପାଖି ସାଢେ ୧ଟା ବେଳେ ସାମ୍ବାଦିକ ସମ୍ମିଳନୀ କରିଥିଲେ । ଏଥିରେ ସେ କହିଛନ୍ତି ଭାରତୀୟ ସେନା ୨୪ରୁ ୩୬ ଘଣ୍ଟା ମଧ୍ୟରେ ଆକ୍ରମଣ କରିପାରେ । ବିଶ୍ବସନୀୟ ଗୁଇନ୍ଦା ସୂତ୍ରରୁ ତାଙ୍କୁ ସୂଚନା ମିଳିଥିବା ସେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ଆତଙ୍କବାଦୀଙ୍କ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ପାଇଁ ମୋଦୀ ସ୍ବାଧୀନତା ଦେବା ପରେ ପାକିସ୍ତାନରେ ଭୟ ବଢ଼ିଯାଇଛି ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..