ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ’ ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରଲ୍ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ । ମେ ୭ ତାରିଖ ତଥା ବୁଧବାର ଦିନ ଏହି ମକଡ୍ରିଲ କରାଯିବ । ଯୁଦ୍ଧ ହେଲେ ସାଧାରଣ ଲୋକେ ସୁରକ୍ଷିତ ସ୍ଥାନକୁ କିଭଳି ଯିବେ। ଶତ୍ରୁ ଆକ୍ରମଣରୁ କିଭଳି ନିଜକୁ ସୁରକ୍ଷା କରିବେ ଏହାର ଯୋଜନା କରାଯିବା ସହ ଅଭ୍ୟାସ ବି କରାଯିବ । ଅଭ୍ୟାସ ସମୟରେ ରେଡ୍ ୱାର୍ଣ୍ଣିଙ୍ଗ ସାଇରନ ବାଜିବ। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି ।
More Stories
ଉତ୍ତରପୂର୍ବାଞ୍ଚଳ ସ୍ଥିତି ସଙ୍ଗିନ,ମୃତ୍ୟୁସଂଖ୍ୟା ୩୧…..
୪ ହଜାର ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…..
ଜେଇଇ ଆଡଭାନ୍ସଡ ପରୀକ୍ଷାଫଳ ପ୍ରକାଶ….